ଜାଙ୍ଗା ହାଜା ମାଚେ new Christian song jaga macha //New Christian song

Описание к видео ଜାଙ୍ଗା ହାଜା ମାଚେ new Christian song jaga macha //New Christian song

କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।

And when he had spent everything, a severe famine happened throughout that country, and he began to be in need.

15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;

And he went {and} attached himself to one of the citizens of that country, and he sent him into his fields to feed pigs.

16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।

And he was longing to be satisfied from the carob pods that the pigs were eating, and no one gave to him.

17 ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।

But coming to himself, he said, ‘How many hired servants of my father have more than enough bread, but I am perishing from hunger here!

18 ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;

I will get up {and} go to my father, and I will say to him, “Father, I have sinned against heaven and before you.

19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।

I am no longer worthy to be called your son; make me as one of your hired servants.”’

20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।

And he got up {and} went to {his} own father. But while he was still far away, his father saw him and felt compassion, and he ran, fell upon his neck, and kissed him.

21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।

Then the son said to him, ‘Father, I have sinned against heaven and before you. I am no longer worthy to be called your son.’

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,

But the father said to his servants, ‘Quickly, bring the first robe and clothe him, and put a ring on his hand, and sandals on {his} feet.

23 ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

And bring the fattened calf, kill it, and let us eat {and} celebrate!

24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।

For this son of mine was dead, and has come back to life; he was lost, and he has been found.’ Then they began to celebrate.

25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,

And his older son was in the field, and as he came {and} approached the house, he heard music and dancing.

26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।

And summoning one of the servants, he asked what these things might be.

27 ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।

And he said to him, ‘Your brother has come and your father has killed the fattened calf because he has received him back in good health.’

28 ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।

But he became angry and was not willing to go in, and his father came out {and} entreated him.

29 ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;

But answering, he said to his father, ‘Behold, for so many years I am slaving for you, and I have never disregarded your command, and you never gave a young goat to me so that I might celebrate with my friends,

30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।

but when this son of yours came, the one having devoured your livelihood with prostitutes, you killed for him the fattened calf.’

31 ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;

But he said to him, ‘Child, you are always with me, and all that {is} mine is yours.

32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”

But it was proper to celebrate and to rejoice, for this brother of yours was dead, and lived, and he had been lost, and was found.’”

App powered by: Free Bibles India from VachanOnline.com

Bible Content Courtesy: Bridge Connectivity Solutions

Audio Content Courtesy: Davar Partners International

Bible Videos Courtesy: LUMO Films and Jesus Film Project

Unlocked Literal Bible” (ULB) - 2022 by unfoldingWord® and the Door43 World Missions Community is licensed under a Creative Commons Attribution-ShareAlike 4.0 International License.

Комментарии

Информация по комментариям в разработке